ଆଜି ଗଞ୍ଜାମ ଓ ଗଜପତି ଜିଲ୍ଲାର ସ୍କୁଲ ଛୁଟି

ଭୁବନେଶ୍ଵର : ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ଏହି ପରିପ୍ରେକ୍ଷୀରେ ଆଜି ଗଞ୍ଜାମ ଓ ଗଜପତି ଜିଲ୍ଲା ପ୍ରଶାସନ ଜିଲ୍ଲାର ସବୁ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି। କିନ୍ତୁ ସ୍କୁଲରେ ଶିକ୍ଷକମାନଙ୍କୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଲଗାଣ ବର୍ଷାରେ ଗଞ୍ଜାମରେ ସ୍ଥିତି ଖରାପ ଥିବାରୁ ଆବଶ୍ୟକସ୍ଥଳେ ସ୍କୁଲ ଗୁଡିକୁ ଆଶ୍ରୟସ୍ଥଳୀ ଭାବେ ବ୍ୟବହାର କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି।

ମତାମତ ଦିଅନ୍ତୁ ।