ଆସନ୍ତାକାଲି କଂଗ୍ରେସର ରାଜ୍ୟବ୍ୟାପୀ ବିକ୍ଷୋଭ

ଭୁବନେଶ୍ୱର: ରାଜ୍ୟରେ ନାରୀ ନିର୍ଯାତନା ଓ ନାବାଳିକା ଦୁଷ୍କର୍ମ ଘଟଣା ବୃଦ୍ଧି ପାଉଥିବା ପ୍ରତିବାଦରେ ଆସନ୍ତାକାଲି କଂଗ୍ରେସ ରାଜ୍ୟବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କରିବ। ପୂର୍ବାହ୍ଣ ୧୦ଟାରୁ ଅପରାହ୍ଣ ୧ଟା ଯାଏ କଂଗ୍ରେସ କର୍ମୀମାନେ ସବୁ ଜିଲ୍ଲାର ସଦର ମହକୁମାରେ ବିକ୍ଷୋଭ କରିବେ ବୋଲି କହିଛନ୍ତି ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର।

ମଙ୍ଗଳବାର ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ମିଶ୍ର କହିଛନ୍ତି ଯେ, ରାଜ୍ୟରେ ଆଇନ ଶୃଙ୍ଖଳା ବିଗିଡ଼ି ଯାଇଛି। ସରକାର ଗୃହରେ ଭୁଲ ତଥ୍ୟ ଦେଉଛନ୍ତି। ତେଣୁ ବିକ୍ଷୋଭ ପ୍ରଦର୍ଶନ ପରେ କାର୍ଯ୍ୟାନୁଷ୍ଠାନ ଦାବିରେ ଜିଲ୍ଲାପାଳଙ୍କୁ ଦାବିପତ୍ର ଦିଆଯିବ।

ମତାମତ ଦିଅନ୍ତୁ ।