କରୋନାରେ ଗଞ୍ଜାମ ଜିଲ୍ଲାର ୨ ମହିଳାଙ୍କ ମୃତ୍ୟୁ

ଭୁବନେଶ୍ଵର : ରାଜ୍ୟରେ ଆଜି ଆଉ ଦୁଇଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହି ଦୁଇ ମହିଳା ଗଞ୍ଜାମ ଜିଲ୍ଲାର ବୋଲି ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ଜଣଙ୍କର ବୟସ ୪୮ ଓ ଅନ୍ୟଜଣଙ୍କ ୩୯ ବର୍ଷ ବୟସ୍କା। ଉଭୟଙ୍କର ଅନ୍ୟ ରୋଗ ମଧ୍ୟ ଥିଲା। କୋଭିଡ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ସେମାନଙ୍କର ମୃତ୍ୟୁ ଘଟିଛି। ଫଳରେ ଗଞ୍ଜାମ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଥିବା ବେଳେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୫କୁ ବୃଦ୍ଧି ପାଇଛି। ଏବେ ରାଜ୍ୟରେ ମୋଟ୍ ୪୯୪୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୮୭ ରହିଛି।

ମତାମତ ଦିଅନ୍ତୁ ।