ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ିଲା

ଭୁବନେଶ୍ଵର : ରାଜ୍ୟ ସରକାର ସରକାରୀ ମହଙ୍ଗା ଭତ୍ତା ୪ ପ୍ରତିଶତ ବୃଦ୍ଧି କରିଛନ୍ତି। ଫଳରେ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୮ ପ୍ରତିଶତରୁ ୪୨ ପ୍ରତିଶତକୁ ବୃଦ୍ଧି ହୋଇଛି। ମହଙ୍ଗା ଭତ୍ତା ବଢ଼ିବା ଯୋଗୁ ଉଭୟ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ। ୨୦୨୩ ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ ଏହି ମହଙ୍ଗା ଭତ୍ତା।। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଜୁନ୍ ମାସ ଦରମାରେ ନଗଦ ଆକାରରେ ମିଳିବ।

ଏଥିସହିତ ପେନସନ୍‌ଭୋଗୀ ମାନଙ୍କର ଟି.ଆଇରେ ମଧ୍ୟ ୪ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ବି ଜୁନ୍‌ ମାସ ପେନ୍‌ସନ୍‌ରେ ବର୍ଦ୍ଧିତ ଟିଆଇ ପାଇବେ। ଏହାଦ୍ୱାରା ପ୍ରାୟ ସାତ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନ୍‌ଭୋଗୀ ଉପକୃତ ହେବେ।

Leave a Reply

Your email address will not be published. Required fields are marked *

Back to top button