Breaking Newsରାଜ୍ୟ

ଖୋର୍ଦ୍ଧା ଏସପି କରୋନା ଆକ୍ରାନ୍ତ

ଭୁବନେଶ୍ଵର : ଖୋର୍ଦ୍ଧା ଆରକ୍ଷୀ ଅଧୀକ୍ଷକ ଅଜୟ ପ୍ରତାପ ସ୍ୱାଇଁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ସ୍ୱାବ ରିପୋର୍ଟ ପଜିଟିଭ ଆସିଥିବା ନିଜେ ଖୋର୍ଦ୍ଧା ଆରକ୍ଷୀ ଅଧୀକ୍ଷକ ସୂଚନା ଡିଛନ୍ତି।

ଖବର ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲା ପୋଲିସ ମୁଖ୍ୟାଳୟର ଜଣେ କର୍ମଚାରୀ କରୋନା ସଂକ୍ରମିତ ହୋଇଥିଲେ। ପରେ ଅନ୍ୟମାନଙ୍କର ସ୍ୱାବ୍ ନିଆଯାଇଥିଲା। ଖୋର୍ଦ୍ଧା ଆରକ୍ଷୀ ଅଧୀକ୍ଷକ ଅଜୟ ପ୍ରତାପ ସ୍ୱାଇଁଙ୍କର ରିପୋର୍ଟ ପଜିଟିଭ ଆସିଥିବା ଜଣାପଡ଼ିବାରୁ ତାଙ୍କୁ ଡାକ୍ତର ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଥିବା ଜଣାପଡିଛି।

ମତାମତ ଦିଅନ୍ତୁ ।

Back to top button