ଗଞ୍ଜାମରେ ୪ କରୋନା ଯୋଦ୍ଧାଙ୍କ ମୃତ୍ୟୁ

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାରେ ୪ ଜଣ କରୋନା ଯୋଦ୍ଧାଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୨ ଶିକ୍ଷକ, ଜଣେ ଅଙ୍ଗନବାଡ଼ି କର୍ମୀ ଓ ଜଣେ କନିଷ୍ଠ ଯନ୍ତ୍ରୀ ଅଛନ୍ତି। ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି। ଏଥିସହ କରୋନାକୁ ରୋକିବା ପାଇଁ ସାମାଜିକ ଦୂରତ୍ୱ ନିୟମ ମାନିବାକୁ ସେ ଗଞ୍ଜାମବାସୀଙ୍କୁ ଅନୁରୋଧ କରିଛନ୍ତି।

ମତାମତ ଦିଅନ୍ତୁ ।