ଗଣଶିକ୍ଷା ମନ୍ତ୍ରୀଙ୍କ ବାଲିଅନ୍ତା ବିଇଓ ଅଫିସ ପରିଦର୍ଶନ, ଅନୁପସ୍ଥିତ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଭୁବନେଶ୍ୱର : ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଆଜି ଅଚାନକ ବାଲିପାଟଣା ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କରିଥିଲେ। ସକାଳ୧୦ଟା ୪୦ ମିନିଟରେ ମନ୍ତ୍ରୀ ସେଠାରେ ପହଞ୍ଚିବା ବେଳେ୨ଜଣ କର୍ମଚାରୀଙ୍କୁ ଛାଡ଼ିଦେଲେ ଅନ୍ୟମାନେ ଅନୁପସ୍ଥିତ ଥିବା ଦେଖିବାକୁ ପାଇଥିଲେ। ସେଥିପାଇଁ ଅନୁପସ୍ଥିତ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ୍‌ ସହିତ ଦିନକର ଦରମା କାଟିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଏହାପରେ ମନ୍ତ୍ରୀ ନୂଆପାଟଣା ୟୁପି ସ୍କୁଲ ଓ ପ୍ରତାପ ଶାସନ ହାଇସ୍କୁଲ ଯାଇ ଶିକ୍ଷକଙ୍କ ଉପସ୍ଥାନ ଯାଂଚ କରିବା ସହ ଛାତ୍ରଛାତ୍ରୀଙ୍କ ପାଠପଢା ନେଇ ଆଲୋଚନା କରିଥିଲେ। ଏହି ପରିଦର୍ଶନ ବେଳେ ପ୍ରତାପ ଶାସନ ହାଇସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ମଧ୍ୟ କାରଣ ଦର୍ଶାଅ ନୋଟିସ୍‌ ଦିଆଯାଇଥିବା ଜଣାପଡିଛି।

ମତାମତ ଦିଅନ୍ତୁ ।