ଜିଅନ୍ତା ଜଳିଗଲେ କିରାଣି

ଭୁବନେଶ୍ଵର : କେନ୍ଦୁଝର ଜିଲ୍ଲା ସୋସୋ ଥାନା ଅନ୍ତର୍ଗତ ସଢ଼ା ଛକରେ ଘଟିଛି ଭୟାବହ ଅଗ୍ନିକାଣ୍ଡ। ରବିବାର ବିଳମ୍ବିତ ରାତିରେ ନିଆଁ ଲାଗିଯିବାରୁ ଘରଟି ସମ୍ପୂର୍ଣ୍ଣ ଜଳି ଯାଇଥିବା ବେଳେ ସୁକଦେବ ମୁଣ୍ଡା ନାମକ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ସେ ଆନନ୍ଦପୁର ତହସିଲରେ କନିଷ୍ଠ କିରାଣି ଭାବେ କାର୍ଯ୍ୟ କରୁଥିଲେ। ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ।

ମତାମତ ଦିଅନ୍ତୁ ।