ଝାରସୁଗୁଡ଼ା ଜିଲ୍ଲାପାଳ ନିଲମ୍ବିତ

ଭୁବନେଶ୍ୱର: ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ସରକାର ଆଜି ଝାରସୁଗୁଡ଼ା ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ନିଲମ୍ବନ କରିଛନ୍ତି। ଏଡିଏମ୍ ପ୍ରଦୀପ ସାହୁଙ୍କୁ ଝାରସୁଗୁଡ଼ାର ଜିଲ୍ଲାପାଳ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ସେ ଏହି ଦାୟିତ୍ୱ ତୁଲାଇବେ।

ସୂଚନାଯଜ୍ଞ ଯେ ହାଇକୋର୍ଟଙ୍କ ୨୦୧୯ ମାର୍ଚ୍ଚ ୧୯ର ଅନ୍ତରୀଣ ନିର୍ଦ୍ଦେଶ ଉଲ୍ଲଂଘନ ସ୍ପଷ୍ଟ ହେବା ପରେ ମୁଖ୍ୟ ବିଚାରପତି ଜଷ୍ଟିସ୍ କେ.ଏସ୍. ଜାଭେରୀ ଓ ଜଷ୍ଟିସ୍ କେ. ଆର. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ  ନିଲମ୍ବନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। କେ. ବୀଣା ପଟ୍ଟନାୟକଙ୍କ ମାମଲାର ଶୁଣାଣି କରି ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଥିବ ବେଳେ ଅଗଷ୍ଟ ୨୭ରେ ପରବର୍ତ୍ତୀ ଶୁଣାଣି।

ମତାମତ ଦିଅନ୍ତୁ ।