ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା

ନୂଆଦିଲ୍ଲୀ: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା ହୋଇଛି। ଆସନ୍ତା ନଭେମ୍ବର ୩୦ ତାରିଖ ଠାରୁ ୫ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଶୁକ୍ରବାର ଅପରାହ୍ଣରେ ନିର୍ବାଚନ କମିଶନ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇ କହିଛନ୍ତି ଯେ, ୮୧ ଆସନ ବିଶିଷ୍ଟ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ନଭେମ୍ବର ୩୦ ତାରିଖରେ, ୨ୟ ପର୍ଯ୍ୟାୟ ଡିସେମ୍ବର ୭, ତୃତୀୟ ପର୍ଯ୍ୟାୟ ଡିସେମ୍ବର ୧୨, ଚତୁର୍ଥ ପର୍ଯ୍ୟାୟ ଡିସେମ୍ବର ୧୬ ଓ ପଞ୍ଚମ ତଥା ଶେଷ ପର୍ଯ୍ୟାୟ ଡିସେମ୍ବର ୨୦ ତାରିଖରେ ଅନୁଷ୍ଠିତ ହେବ। ୨୩ ଡିସେମ୍ବରରେ ଭୋଟ ଗଣତି କରାଯାଇ ଫଳାଫଳ ଘୋଷଣା କରାଯିବ।

ମତାମତ ଦିଅନ୍ତୁ ।