ଟ୍ରାଫିକ ସଚେତନତା ପାଇଁ ବିଜୁ ଯୁବ ବାହିନୀ ପକ୍ଷରୁ “ରକ୍ଷକ’ କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନଶ୍ଵର : ଓଡ଼ିଶାର ଜନସାଧାରଣଙ୍କୁ ସଡ଼କ ସୁରକ୍ଷା ଓ ନିରା ପଦ ଗାଡ଼ିଚାଳନା ସଂପର୍କିତ ସଚେତନ କରିବା ପାଇଁ ବିଜୁ ଯୁବବାହିନୀ ପକ୍ଷରୁ “ରକ୍ଷକ’ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ସ୍ଥାନୀୟ ଏଜି ଛକଠାରେ ଆୟୋଜିତ ଏହି ଉତ୍ସବରେ ପଞ୍ଚାୟତିରାଜ ଓ ପାନୀୟ ଜଳ, ଆଇନ, ଗୃହ ନିର୍ମାଣ ଓ ନଗର ଉନ୍ନୟନମନ୍ତ୍ରୀ  ପ୍ରତାପ ଜେନା, ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ  ଅଶୋକ ଚନ୍ଦ୍ର ପଣ୍ଡା, ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ, ରାଜ୍ୟ ଯୁବସେବା ବୋର୍ଡର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ବିଜୟ କୁମାର ନାୟକ, ଭୁବନେଶ୍ୱର ଡିସିପି ଅନୁପ କୁମାର ସାହୁ ଓ ଭୁବନେଶ୍ୱର ମହାନଗର ନିଗମର ଅତିରିକ୍ତ କମିଶନର ସୁରଥ କୁମାର ମଲ୍ଲିକ ପ୍ରମୁଖ ଯୋଗ ଦେଇଥିଲେ।

ଓଡ଼ିଶା ସରକାରଙ୍କ ଆନୁକୂଲ୍ୟରେ ବିଜୁ ଯୁବ ବାହିନୀର ସ୍ଵେଚ୍ଛାସେବୀଙ୍କ ଦ୍ୱାରା ଚଳିତ ମାସ ୧୪ରୁ ୨୪ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଏହି କାର୍ଯ୍ୟକ୍ରମ  ଜରିଆରେ ରାଜ୍ୟର ସମସ୍ତ ଗ୍ରାମ ପଞ୍ଚାୟତ ଓ ଓ୍ୱାର୍ଡରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

ମତାମତ ଦିଅନ୍ତୁ ।