ତିନି ଦଳର ଷ୍ଟାର କ୍ୟାମ୍ପେନର୍‌ ତାଲିକା ପ୍ରକାଶ

ଭୁବନେଶ୍ୱର : ବିଜେପୁର ଉପ ନିର୍ବାଚନ ପାଇଁ ବିଜେଡି, ବିଜେପି ଓ କଂଗ୍ରେସ ପକ୍ଷରୁ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି। ବିଜେଡି ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଏୟୁ ସିଂଦେଓ, ପ୍ରସନ୍ନ ଆଚାର୍ଯ୍ୟ, ମଙ୍ଗଳା କିଷାନ, ପ୍ରଫୁଲ୍ଲ ମଲ୍ଲିକ, ରାଜା ସ୍ୱାଇଁ, ଦେବୀ ମିଶ୍ର, ପ୍ରଭାସ ସିଂ, ପ୍ରଭାତ ଆଦିତ୍ୟ ମିଶ୍ରଙ୍କ ନାଁ ରହିଛି।

ସେହିପରି ବିଜେପିର ଷ୍ଟାର ପ୍ରଚାରକ ତାଲିକାରେ ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଜେପି ନଡ୍ଡା, ପ୍ରଭାରୀ ଅରୁଣ ସିଂ, ସ୍ମୃତି ଇରାନୀ, ପ୍ରତାପ ଷଡ଼ଙ୍ଗୀ, ଗିରିଧର ଗମାଙ୍ଗ, ଜୁଏଲ ଓରାମ, ବୈଜୟନ୍ତ ପଣ୍ଡା ଓ ବସନ୍ତ ପଣ୍ଡା ପ୍ରମୁଖଙ୍କ ନାମ ରହିଛି।

କଂଗ୍ରେସର ଷ୍ଟାର ପ୍ରଚାରକ ତାଲିକାରେ ସୋନିଆ ଗାନ୍ଧି, ରାହୁଲ ଗାନ୍ଧି, ପ୍ରିୟଙ୍କା ଗାନ୍ଧି, ମନମୋହନ ସିଂହ, ପ୍ରଭାରୀ ଜିତେନ୍ଦ୍ର ସିଂ, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଓ ନରସିଂହ ମିଶ୍ର ରହିଛନ୍ତି।

ମତାମତ ଦିଅନ୍ତୁ ।