ବରିଷ୍ଠ ସାମ୍ବାଦିକ ଦିଲୀପ ଶତପଥୀଙ୍କ ପରଲୋକ

ଭୁବନେଶ୍ୱର : ବରିଷ୍ଠ ସାମ୍ବାଦିକ ଦିଲୀପ ଶତପଥୀଙ୍କର ହୃଦଘାତରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୬ ବର୍ଷ ହୋଇଥିଲା। ସେ କର୍କଟ ରୋଗରେ ପୀଡ଼ିତ ଥିଲେ। ରବିବାର ସଂଧ୍ୟାରେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ତୁରନ୍ତ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

୧୯୬୩ରେ ଜନ୍ମ ଗ୍ରହଣ କରିଥିବା ଦିଲ୍ଲୀପ ଓଡ଼ିଶା ସାମ୍ବାଦିକତା ଜଗତରେ ଥିଲେ ଅନ୍ୟତମ ବ୍ୟକ୍ତିତ୍ୱ। ବିଜନେସ୍ ଷ୍ଟାଣ୍ଡାର୍ଡର ରେସିଡେନସିଆଲ ଏଡିଟର ଭାବେ କାର୍ଯ୍ୟ କରୁଥିଲେ। ଅବେଳରେ ତାଙ୍କର ମୃତ୍ୟୁକୁ ନେଇ ସାମ୍ବାଦିକତା ଜଗତରେ ଶୋକର ଛାୟା ଖେଳି ଯାଇଛି।

ମତାମତ ଦିଅନ୍ତୁ ।