ବର୍ଷା ଓ ବଜ୍ରପାତ ସମ୍ଭାବନା,୧୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର : ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବ। ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଥିବା ୧୬ଟି ଜିଲ୍ଲା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଯାଇଛି।

ଗୁରୁବାର ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଦକ୍ଷିଣ ଉପକୂଳ ଓଡିଶା ଓ ଏହାର ଆଖପାଖ ଅଞ୍ଚଳରେ ସମୁଦ୍ର ପତ୍ତନ ଠାରୁ ୩.୬ରୁ ୫.୮ କିଲୋମିଟର ଉଚ୍ଚତା ମଧ୍ୟରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଦିଗକୁ ବିସ୍ତାରିତ ହୋଇ ରହିଛି। ଏହାଛଡା ଆଭ୍ୟନ୍ତରୀଣ ଓଡ଼ିଶା ଓ ତତ୍‌ସଂଲଗ୍ନ ଅଞ୍ଚଳର ୦.୯ କିଲୋମିଟର ଉଚ୍ଚତାରେ ଗତକାଲି ରହିଥିବା ଅନ୍ୟ ଏକ ଘୂର୍ଣ୍ଣିବଳୟ ଆଜି ଦୁର୍ବଳ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ମଧ୍ୟମରୁ ପ୍ରବଳ ବର୍ଷାର ସମ୍ଭାବନା ଥିବା କୁହାଯାଇଛି।

ମତାମତ ଦିଅନ୍ତୁ ।