ବର୍ଷା ପାଇଁ ୫ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ଏହି ପୂର୍ବନୁମାନ କରିଥିବା ବେଳେ ୫ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି। ଏହି ଜିଲ୍ଲା ଗୁଡିକ ହେଲା ଯାଜପୁର, ସୋନପୁର, ସମ୍ବଲପୁର, ଭଦ୍ରକ ଓ ବରଗଡ଼। ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତାକାଲି ରାଜ୍ୟର ୧୨ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡିକ ମଧ୍ୟରେ କଟକ, କେନ୍ଦ୍ରାପଡ଼ା, ବାଲେଶ୍ୱର, ଙ୍କୋନାଳ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଝାରସୁଗୁଡ଼ା, କୋରାପୁଟ, ମାଲକାନଗିରି ଓ କଳାହାଣ୍ଡି ରହିଛି।

ମତାମତ ଦିଅନ୍ତୁ ।