ବିଏମ୍‌ସି ଅଫିସକୁ ଜନସାଧାରଣଙ୍କ ପ୍ରବେଶ ମନା

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ସ୍ଥାନୀୟ ଅଞ୍ଚଳରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବାରୁ ଏହା ଏବେ ଚିନ୍ତାର ବିଷୟ ହୋଇଛି। ସେଥିପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କାର୍ଯ୍ୟାଳୟକୁ ଜନସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି। ବିଏମସି କମିଶନର ପ୍ରେମ ଚନ୍ଦ୍ର ଚୋଧୁରୀ ଆଜି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଭୁବନେଶ୍ଵର ସଂକ୍ରମଣ ବାଢୁଥିବାରୁ ଆଜିଠାରୁ କଟକଣା କଡ଼ାକଡ଼ି ହେବ। ସାମାଜିକ ଦୂରତ୍ୱ ଓ ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱ ଦିଆଯିବ। ଯେଉଁମାନେ ଏହି ନିୟମ ଉଲଂଘନ କରିବେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ।

ମତାମତ ଦିଅନ୍ତୁ ।