ବିଜେଡିର ପଦଧିକାରୀ ନିଯୁକ୍ତ, କାହାକୁ ମିଳିଲା କେଉଁ ଦାୟିତ୍ଵ

ଭୁବନେଶ୍ୱର : ବିଜୁ ଜନତା ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦଳର ବରିଷ୍ଠ କର୍ମକର୍ତ୍ତାଙ୍କୁ ନୂଆ ନିଯୁକ୍ତି ଦେଇଛନ୍ତି। ଆଠଜଣ ବରିଷ୍ଠ ଉପସଭାପତି ଓ ୯ଜଣଙ୍କୁ ମିଳିଛି ଉପସଭାପତି ଦାୟିତ୍ଵ। ଜଣେ ସାଧାରଣ ସଂପାଦକ ନିଯୁକ୍ତି ହୋଇଛନ୍ତି।

ବୁଧବାର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ବରିଷ୍ଟ ଉପସଭାପତି ପଦରେ ଅନଙ୍ଗ ଉଦୟ ସିଂଦେଓ, ପ୍ରସନ୍ନ ଆଚାର୍ଯ୍ୟ, ପ୍ରସନ୍ନ ପାଟ୍ଟଶାଣୀ, ପ୍ରଫୁଲ୍ଲ ସାମଲ, ବିଜୟଶ୍ରୀ ରାଉତରାୟ, ଲାଲବିହାରୀ ହିମିରିକା, ଅନନ୍ତ ଦାସ ଓ ବିମ୍ବାଧର କୁଅଁରଙ୍କୁ ନିଯୁକ୍ତି ଦେଇଛନ୍ତି। ସେହିପରି ଉପସଭାପତି ଭାବେ ମଙ୍ଗଳା କିଷାନ, ସୌମ୍ୟରଂଜନ ପଟ୍ଟନାୟକ, ଦେବୀ ମିଶ୍ର, ବିକ୍ରମ ଆରୁଖ, ଉଷା ଦେବୀ, ପ୍ରମିଳା ମଲ୍ଲିକ, ବଦ୍ରି ପାତ୍ର, ପ୍ରଦୀପ କୁମାର ଅମାତ ଓ ପଦ୍ମନାଭ ବେହେରା ନିଯୁକ୍ତି ମିଳିଛି। ସଂଜୟ ଦାସବର୍ମାଙ୍କୁ ସାଧାରଣ ସଂପାଦକ ମୁଖ୍ୟାଳୟ ଭାବେ ନିଯୁକ୍ତି ଦିଆଯାଇଛି।

  ବାଚସ୍ପତିଙ୍କ ସହ କେନ୍ଦ୍ର ସଂସଦୀୟ ବ୍ୟାପାର ସଚିବଙ୍କ ସୌଜନ୍ୟମୂଳକ ସାକ୍ଷାତ

ବିଜେଡିର ୯ ଉପସଭାପତିଙ୍କୁ ବିଭିନ୍ନ ଦାୟିତ୍ୱ ମିଳିଛି। ମଙ୍ଗଳା କିଷାନଙ୍କୁ ଜନଜାତି ସଶକ୍ତୀକରଣ ଓ ସଂଖ୍ୟାଲଘୁ ବ୍ୟାପାର ଦାୟିତ୍ୱ ମିଳିଥିବା ବେଳେ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ କଳା, ସଂସ୍କୃତି ଓ ମାନବ ସମ୍ବଳ ବିକାଶ ଦାୟିତ୍ୱ ମିଳିଛି। ଦେବୀ ମିଶ୍ରଙ୍କୁ ଓଡ଼ିଶା ମୋ ପରିବାର ଓ ବିକ୍ରମ ଆରୁଖଙ୍କୁ ପରିବେଶ ଦାୟିତ୍ୱ ଦିଆଯାଇଛି। ଉଷା ଦେବୀଙ୍କୁ ସାମାଜିକ ମଙ୍ଗଳ, ପ୍ରମିଳା ମଲ୍ଲିକଙ୍କୁ ମହିଳା ସଶକ୍ତୀକରଣ, ବଦ୍ରି ପାତ୍ରଙ୍କୁ ଆଞ୍ଚଳିକ ଉନ୍ନୟନ, ପ୍ରଦୀପ ଅମାତଙ୍କୁ ସଶକ୍ତ ଓଡ଼ିଶା ଦାୟିତ୍ୱ ଓ ପଦ୍ମନାଭ ବେହେରାଙ୍କୁ ତଫସିଲଭୁକ୍ତ ଜାତି ସଶକ୍ତୀକରଣ ଦାୟିତ୍ୱ ମିଳିଛି।

ମତାମତ ଦିଅନ୍ତୁ ।