ବିଜେପୁର ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର: ବରଗଡ଼ ଜିଲ୍ଲା ଅନ୍ତର୍ଗତ ବିଜେପୁର ବିଧାନସଭା ଉପନିର୍ବାଚନ ପାଇଁ ଆଜି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।

ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଆଜି ଠାରୁ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥୀପତ୍ର ଦାଖଲ ଚାଲିବ। ପ୍ରାର୍ଥୀପତ୍ର ଗୁଡ଼ିକୁ ଅକ୍ଟୋବର ୧ ତାରିଖ ଦିନ ଯାଞ୍ଚ କରାଯିବ। ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବାକୁ ଚାହୁଁଥିବା ପ୍ରାର୍ଥୀମାନେ ଅକ୍ଟୋବର ୩ ତାରିଖ ମଧ୍ୟରେ ସେମାନଙ୍କର ପ୍ରାର୍ଥୀପତ୍ର ଫେରସ୍ତ ନେଇ ପାରିବେ। ଅକ୍ଟୋବର ୨୧ ତାରିଖ ସକାଳ ୭ଟାରୁ ସନ୍ଧ୍ୟା ୫ଟା ଯାଏଁ ଭୋଟ୍‌ ଗ୍ରହଣ କରାଯିବ।

ମତାମତ ଦିଅନ୍ତୁ ।