ବୀରମିତ୍ରପୁର ଥାନା ଅଧିକାରୀ ଚାକିରିରୁ ବହିଷ୍କୃତ

ଭୁବନେଶ୍ୱର : ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ଓ ବେଆଇନ ଗର୍ଭପାତ ମାମଲାର ମୁଖ୍ୟ ଅଭିଯୁକ୍ତ ଥାନା ଅଧିକାରୀ ଆନନ୍ଦ ମାଝୀଙ୍କୁ ଆଜି ଚାକିରିରୁ ବହିଷ୍କାର କରିଛନ୍ତି ପୋଲିସ ମହାନିର୍ଦେଶକ ଅଭୟ। ମାର୍ଚ୍ଚ ୨୫ ତାରିଖରେ ଉଦ୍ଧାର ହୋଇଥିବା ନାବାଳିକ ଜଣଙ୍କ ଅଢେଇ ମାସର ଗର୍ଭବତୀ ଥିବା ବେଳେ ଅଭିଯୁକ୍ତ ଥାନା ଅଧିକାରୀ ଆନନ୍ଦ ମାଝୀଙ୍କ ନିର୍ଦେଶରେ ବୀରମିତ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ତାଙ୍କର ଗର୍ଭପାତ କରାଯାଇଥିଲା। ନାବାଳିକାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାକୁ ଅଣାଯାଇଥିଲା। ସେଠାରେ ସବୁ ଘଟଣା ପଦାକୁ ଆସିଥିଲା। ଏହାପରେ ଡିଜିପି ଅଭୟ ମାମଲାର ତଦନ୍ତ କରିବାକୁ କ୍ରାଇମବ୍ରାଞ୍ଚକୁ ନିର୍ଦେଶ ଦେଇଥିଲେ। ପ୍ରଥମେ ନିଲମ୍ବନ ଓ ଆଜି ଶ୍ରୀ ମାଝୀଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି।

ମତାମତ ଦିଅନ୍ତୁ ।