ଭୂବନେଶ୍ଵରରୁ ୧୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରୁ ଆଜି ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ଜଣ ହୋମ୍‌ କ୍ୱାରେଣ୍ଟାଇନରେ ଥିଲେ। ୫ଜଣ ସ୍ଥାନୀୟ ଅଞ୍ଚଳର। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏହି ସୂଚନା ଦିଆଯାଇଛି। ହୋମ୍‌ କ୍ୱାରେଣ୍ଟାଇନରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୬ ଜଣ ପୁରୁଷ ଓ ଦୁଇ ଜଣ ମହିଳା ଅଛନ୍ତି। ଟଙ୍କପାଣି ରୋଡ ଅଞ୍ଚଳରୁ ୫ ଜଣ ହୋମ୍ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ନୂଆଗାଁ ଅଞ୍ଚଳରୁ ଦୁଇ ଜଣ, ୟୁନିଟ-୧ ଅଞ୍ଚଳରୁ ଜଣେ ଚିହ୍ନଟ ହୋଇଛନ୍ତି।

ସେହିପରି ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ୫ ଜଣଙ୍କ ମଧ୍ୟରୁ ଜଣେ ଖଣ୍ଡଗିରି ଶରଧାପାଲି ବସ୍ତିର ୨୧ ବର୍ଷୀୟ ଯୁବତୀ, ଭୀମଟାଙ୍ଗି ଅଞ୍ଚଳରୁ ଜଣେ ଯୁବକ, ସାଲିଆସାହିର ଜଣେ ରେଲୱେ ଷ୍ଟାଫ୍ ଓ ନୀଳାଦ୍ରିବିହାରର ୫୭ ବର୍ଷୀୟ ବ୍ୟକ୍ତି ଓ ନୀଳଚକ୍ର ନଗରର ଜଣେ ଯୁବତୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଏହାଛଡା ଆଜି ୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ମତାମତ ଦିଅନ୍ତୁ ।