ଭୟଙ୍କର ରୂପ ନେଇଛି ସାମୁଦ୍ରିକ ବାତ୍ୟା ‘ବୁଲ୍‌ବୁଲ୍‌’, ଉପକୂଳରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ସାମୁଦ୍ରିକ ବାତ୍ୟା ‘ବୁଲ୍‌ବୁଲ୍‌’ ଆଜି ସକାଳ ୫ଟା ୩୦ରେ ଅତି ଭୟଙ୍କର ରୂପ ନେଇଥିବା ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ପାରାଦୀପଠାରୁ ପ୍ରାୟ ୩୯୦ କିମି ଦୂରରେ କେନ୍ଦ୍ରୀଭୂତ ‘ବୁଲ୍‌ବୁଲ୍‌’ ଏବେ ଘଣ୍ଟା ପ୍ରତି ୧୦ କିଲୋମିଟର ବେଗରେ ଗତି କରୁଛି। ୧୦ ତାରିଖରେ ଏହା ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ଅତିକ୍ରମ କରିବ। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୦୦-୧୧୦ କି.ମି. ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଅନ୍ୟପକ୍ଷରେ ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବରେ ଆଜିଠୁ ଉପକୂଳ ଓଡ଼ିଶାରେ ଝିପ ଝିପ ବର୍ଷା ଆରମ୍ଭ ହୋଇଯାଇଛି। ଆଜି ସକାଳୁ ପାରାଦୀପରେ ବର୍ଷା ସହ ପବନ ମଧ୍ୟ ବହୁଛି। ପାଣିପାଗ ବିଶେଷଜ୍ଞଙ୍କ ମତ ଜଗତସିଂହପୁର, କେନ୍ଦ୍ରପଡା ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଭଦ୍ରକ ଓ ବାଲେଶ୍ଵରରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାଛଡା ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ଡାକବାଜି ଯନ୍ତ୍ର ଯୋଗେ ଆଲର୍ଟ କରାଯାଇଛି।

ମତାମତ ଦିଅନ୍ତୁ ।