ମଙ୍ଗୁ ମଠ ନ ଭାଙ୍ଗିବାକୁ ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଭୁବନେଶ୍ଵର : ପୁରୀର ମଙ୍ଗୁ ମଠ ଉଚ୍ଛେଦ ନ କରିବାକୁ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି। ଏକ ଟ୍ୱିଟ୍‌ କରି ଅମରିନ୍ଦର ସିଂହ କହିଛନ୍ତି ମଙ୍ଗୁ ମଠ ଗୁରୁ ନାନକଙ୍କ ଐତିହ୍ୟ ସହିତ ଜଡ଼ିତ। ତେଣୁ ଏହି ସ୍ମାରକୀର ସୁରକ୍ଷା କରିବାକୁ ସେ ଓଡ଼ିଶା ସରକାରଙ୍କୁ ନିବେଦନ କରିଛନ୍ତି। ସୂଚନାଯୋଗ୍ୟ ଯେ ଶିଖ୍ ଧର୍ମର ପ୍ରବର୍ତ୍ତକ ଗୁରୁ ନାନକଙ୍କ ପୁଅ ଶ୍ରୀ ଚାନ୍ଦ ୧୫୨୫ ମସିହାରେ ପୁରୀ ଆସି ଏହି ମଠ ପ୍ରତିଷ୍ଠା କରିଥିଲେ।

ମତାମତ ଦିଅନ୍ତୁ ।