ଯାଜପୁର : ବ୍ରାଉନସୁଗର ଜବତ, ଜଣେ ଅଟକ

ଚଣ୍ଡିଖୋଲ : ଯାଜପୁର ଜିଲ୍ଲା ଚଣ୍ଡିଖୋଲ ବେଣାପୁର ନିକଟରୁ ଅବକାରୀ ବିଭାଗର ସ୍ୱତନ୍ତ୍ର ସ୍କ୍ୱାର୍ଡ୍ ବ୍ରାଉନସୁଗର ଜବତ କରିଛି। ଏହି ଘଟଣାରେ ଜଣଙ୍କୁ ଅଟକ ରଖାଯାଇଛି।

ଖବର ଅନୁଯାୟୀ ଯାଜପୁର ଅବକାରୀ ବିଭାଗର ସ୍ୱତନ୍ତ୍ର ସ୍କ୍ୱାର୍ଡ୍ ଆଜି ବେଣାପୁର ନିକଟରୁ ପାଖାପାଖି ୧୦୦ ଗ୍ରାମ ବ୍ରାଉନସୁଗର ଜବତ କରିଛି। ଜଣଙ୍କୁ ଅଟକ ରଖାଯାଇଥିବା ବେଳେ ଏହି କାରବାରରେ ଆଉ କାହାର ସଂପୃକ୍ତି ରହିଛି ସେନେଇ ତଦନ୍ତ ଆରମ୍ଭ ହୋଇଛି।

Leave a Reply

Your email address will not be published. Required fields are marked *

Back to top button