ଶ୍ରୀମନ୍ଦିର ଆଇନ ଢ଼ାଞ୍ଚାରେ ଲିଙ୍ଗରାଜ ମନ୍ଦିର ପାଇଁ ହେବ ନିୟମ

ଭୁବନେଶ୍ଵର : ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିର ପରିଚାଳନା ପାଇଁ ଏକ ନୂଆ ଆଇନ ପ୍ରଣୟନ କରାଯିବ। ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଆଇନକୁ ଅନୁସରଣ କରାଯିବ ବୋଲି ପଞ୍ଚାୟତିରାଜ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା ପ୍ରକାଶ କରିଛନ୍ତିା

ମଙ୍ଗଳବାର ଲୋକସେବା ଭବନରେ ଅନୁଷ୍ଠିତ ଏକ ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ଶ୍ରୀ ଜେନା କହିଛନ୍ତି ଯେ, ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ପୁରୀ ଶ୍ରୀମନ୍ଦିର ସମସାମୟିକ ହୋଇଥିବାରୁ ଏପରି ଆଇନର ଆବଶ୍ୟକତା ରହିଛି। ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଟ୍ରଷ୍ଟ ବୋର୍ଡର ପୁନର୍ଗଠନ କରିବା ଉପରେ ଗୁରୁତ୍ଵ ଦେଇଥିଲେ। ସେ କହିଲେ ଆଇନ ପ୍ରସ୍ତୁତି ପାଇଁ ଟ୍ରଷ୍ଟବୋର୍ଡ ଆଇନବିଭାଗକୁ ଦେବୋତ୍ତର କମିଶନଙ୍କ ମାଧ୍ୟମରେ ପ୍ରସ୍ତାବ ଦିଆଯାଉ। ମନ୍ଦିର ଆକ୍ଟ ସଂପର୍କରେ ଯଥେଷ୍ଟ ଅଭିଜ୍ଞତା ରହିଥିବା ଆଇନଜ୍ଞମାନଙ୍କୁ ସଂପୃକ୍ତ କରି ଏକ କମିଟି ଗଠନ କରିବାକୁ ସେ ପରାମର୍ଶ ଦେଇଥିଲେ।

ଏହି ବୈଠକରେ ମନ୍ଦିର ଚତୁଃପାଶ୍ୱର୍ରୁ ଜବରଦଖଲ ଉଚ୍ଛେଦ, ପ୍ରତ୍ନତତ୍ତ୍ୱବିଭାଗ ଦ୍ୱାରା ରକ୍ଷଣାବେକ୍ଷଣ, ମାର୍କେଟ କଂମ୍ଲେକ୍ସ ସମନ୍ଧିତ ସମସ୍ୟାର ସମାଧାନ, ବ୍ୟାଖ୍ୟାନ କେନ୍ଦ୍ର ସମ୍ମୁଖରେ ଓ ଦେବୀ ପାଦହରା ପୁଷ୍କରିଣୀର ଉନ୍ନୟନ ପାଇଁ ସବିଶେଷ ପ୍ରକଳ୍ପବିବରଣୀ ପ୍ରସ୍ତୁତ ହୋଇସାରିଥିବା ଆଲୋଚନା ହୋଇଥିଲା। ଘଟଗାଁ ତାରିଣୀ ମନ୍ଦିର କମିଟି ଓ ରେମୁଣା କ୍ଷୀରଚୋରା ଗୋପୀନାଥ ମନ୍ଦିରର ଟ୍ରଷ୍ଟ ବୋର୍ଡର ସଂପୂର୍ଣ୍ଣ ପୁନର୍ଗଠନ ଓ ବିଭିନ୍ନ ସମସ୍ୟା ସଂପର୍କରେ ଦେବୋତ୍ତର ବିଭାଗ ଦ୍ୱାରା ତଦନ୍ତ କରିବା ପାଇଁ ମଧ୍ୟ ନିଷ୍ପତ୍ତି ହୋଇଛି।

ମତାମତ ଦିଅନ୍ତୁ ।