ସରକାରୀ କାର୍ଯ୍ୟାଳୟକୁ ସାଧାରଣ ଲୋକଙ୍କୁ ମନା

ଯାଜପୁର : କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଯାଜପୁର ଜିଲ୍ଲା ପ୍ରଶାସନ ସରକାରୀ କାର୍ଯ୍ୟାଳୟକୁ ସାଧାରଣ ଲୋକଙ୍କ ପ୍ରବେଶ ଉପରେ କଟକଣା ଲଗାଇଛି। ଜୁଲାଇ ୮ ତାରିଖ ପର୍ଯ୍ୟନ୍ତ ଏହି ଏହି କଟକଣା ବଳବତ୍ତର ରହିବ। ଯାଜପୁରରେ ତହସିଲଦାର କରୋନାରେ ଆକ୍ରାନ୍ତ ହେବା ପରେ ପ୍ରଶାସନ ଏପରି ନିଷ୍ପତ୍ତି ନେଇଛି। ତହସିଲ ଅଫିସର ସମସ୍ତ କର୍ମଚାରୀଙ୍କ ସ୍ୱାବ ଟେଷ୍ଟ କରାଯିବା ସହ ସେମାନଙ୍କୁ କ୍ୱାରେଂଟିନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ମତାମତ ଦିଅନ୍ତୁ ।