ସୁନ୍ଦରଗଡ଼ : ବୃଦ୍ଧଙ୍କ ସଂସ୍ପର୍ଶରେ ଆସି ୯୫ ଜଣ କରୋନା ପଜିଟିଭ୍

ରାଉରକେଲା : ସୁନ୍ଦରଗଡ଼ ଜିଲ୍ଲାରେ ଜଣେ ବୃଦ୍ଧଙ୍କ ସଂସ୍ପର୍ଶରେ ଆସି ୯୫ ଜଣ କରୋନା ସଂକ୍ରମିତ ହୋଇଛନ୍ତି। ଏହି ସୂଚନା ଦେଇଛନ୍ତି ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ।

ବୁଧବାର ଜିଲ୍ଲାପାଳ ଦେଇଥିବା ସୂଚନା ଅନୁଯାୟୀ ସୁନ୍ଦରଗଡ଼ ଜିଲ୍ଲା ଅନ୍ତର୍ଗତ ରାଉରକେଲାର ସେକ୍ଟର-୧୬ ଏ ବ୍ଲକର ଜଣେ ୬୪ ବର୍ଷିୟ ବୃଦ୍ଧ ପଜିଟିଭ ଚିହ୍ନଟ ହୋଇଥିଲେ। ଗତ ୨ ତାରିଖରେ ତାଙ୍କୁ ପ୍ରଥମେ ଇଏସ୍ ଆଇ ମଡେଲ୍ ହସ୍ପିଟାଲରେ ଭ଼ର୍ତ୍ତି କରାଯାଇଥିଲା। ପରେ ଆଇଜିଏଚକୁ ରେଫର୍ କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଛି।

କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହେବାରୁ ଜଣାପଡିଛି ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ ମଧ୍ୟରୁ ଗତକାଲି ୪୯ ଓ ଆଜି ୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏପରିକି ବୃଦ୍ଧ ଓ ତାଙ୍କ ପରିବାର ସଂସ୍ପର୍ଶରେ ଆସିଥିବା ପ୍ରାୟ ୧୫୦ଜଣଙ୍କୁ ଚିହ୍ନଟ କରାଯାଇଛି। ଏହି ସଂକ୍ରମିତମାନେ ମୁଖ୍ୟତଃ ବାସନ୍ତୀ କଲୋନୀ, ଗୋଲଘର ଅଞ୍ଚଳର ହୋଇଥିବାରୁ ଉକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ସେଠାକାର ବାସିନ୍ଦାଙ୍କ କଣ୍ଟାକ୍ଟ ଟ୍ରେସିଂ ସହ ସ୍ୱାବ୍ ସଂଗ୍ରହ କରାଯାଉଥିବା ବେଳେ ସଂକ୍ରମଣ ରୋକିବା ପାଇଁ ଉକ୍ତ ଅଞ୍ଚଳକୁ ସାନିଟାଇଜ କରାଯାଉଛି।

  ବସ୍ ଭଡା ବଢିଲା

ମତାମତ ଦିଅନ୍ତୁ ।