ସୁସ୍ଥହେଲେ ଆଜି ୨୪୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଆଜି ୨୪୩ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ସୁସ୍ଥ ହୋଇ ଘରକୁ ଫେରିଥିବା ସଂଖ୍ୟା ୫୧୮୯ରେ ପହଁଚିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ମଙ୍ଗଳବାର ବିଭାଗ ଦେଇଥିବା ତଥ୍ୟ ଅନୁଯାୟୀ ଗଜପତି ଜିଲ୍ଲାର ୫୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଗଞ୍ଜାମର ୪୧, ଖୋର୍ଦ୍ଧା ୩୮, କନ୍ଧମାଳ ୧୭, ଝାରସୁଗୁଡା ୧୫, ସୁନ୍ଦରଗଡ ୧୦, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡାରୁ ୮ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। ଏହାଛଡା କୋରାପୁଟରୁ ୭, ବରଗଡ ଓ ମୟୂରଭଞ୍ଜରୁ ୬ ଜଣ ଲେଖାଏଁ, ଜଗତସିଂପୁରରୁ ୫, କଟକ, ମାଲକାନଗିରି ଓ ନବରଙ୍ଗପୁରର ୪ଜଣ ଲେଖାଏଁ ଏବଂ ବାଲେଶ୍ୱରରୁ ୨ ଓ କଳାହାଣ୍ଡିରୁ ଜଣେ ଆରୋଗ୍ୟ ଲାଭ କରିଛନ୍ତି।

ମତାମତ ଦିଅନ୍ତୁ ।