Breaking Newsରାଜ୍ୟ

ସୁସ୍ଥହେଲେ ୩୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଆଜି ୩୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ମଧ୍ୟରେ ଗଞ୍ଜାମ ଜିଲ୍ଲାର ୧୨୦ଜଣ ରହିଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରୁ ୭୦୦୬ଜଣ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ବୁଧବାର ବିଭାଗ ଦେଇଥିବା ତଥ୍ୟ ଅନୁଯାୟୀ ଯାଜପୁର ଜିଲ୍ଲାର ୪୬ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧା ୨୮, କଟକ ୨୧, କେନ୍ଦୁଝର ୧୬, ନୟାଗଡ଼ ୧୪, ନବରଙ୍ଗପୁର ୯, ପୁରୀ ୭ ଓ ବରଗଡ଼ ଜିଲ୍ଲାର ୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହ ଢ଼େଙ୍କାନାଳ, ଝାରସୁଗୁଡ଼ା ଓ ମୟୁରଭଞ୍ଜ ଜିଲ୍ଲାରୁ ୫ ଜଣ ଲେଖାଏଁ, ଅନୁଗୁଳ ଓ ନୂଆପଡ଼ା ଜିଲ୍ଲାରୁ ୪ଜଣ ଲେଖାଏଁ, ବାଲେଶ୍ୱର, କେନ୍ଦ୍ରାପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ୩ଜଣ ଲେଖାଏଁ ଏବଂ ବଲାଙ୍ଗୀର, ଜଗତସିଂହପୁର, କରୋପୁଟ ଓ ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।

ମତାମତ ଦିଅନ୍ତୁ ।

Back to top button