ସୁସ୍ଥ ହେଲେ ୧୪୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଆଜି ୧୪୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୀୟଛନ୍ତି। ଏମାନଙ୍କୁ ମିଶାଇ ମୋଟ୍‌ ୫୫୦୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ ଜରିଆରେ ଏହି ସୂଚନା ଦେଇଛି।

ଗୁରୁବାର ସ୍ୱାସ୍ଥ୍ୟ ବିଭାଗ ଦେଇଥିବା ତଥ୍ୟ ଅନୁଯାୟୀ ଆଜି ଗଞ୍ଜାମ ଜିଲ୍ଲାରୁ ୪୯ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୪, ମୟୂରଭଞ୍ଜରୁ ୧୪, କଟକରୁ ୧୩; କଳାହାଣ୍ଡି ଓ କେନ୍ଦ୍ରାପଡ଼ାରୁ ୬ ଜଣ ଲେଖାଏଁ; ରାୟଗଡ଼ାରୁ ୫; ଅନୁଗୋଳ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ; ବଲାଙ୍ଗିର, ଭଦ୍ରକ, ଯାଜପୁର ଓ ପୁରୀରୁ ୩ ଜଣ ଲେଖାଏଁ;  ବାଲେଶ୍ୱର, ଜଗତସିଂହପୁର ଓ ନୟାଗଡ଼ରୁ ୨ ଜଣ ଲେଖାଏଁ; ବରଗଡ଼ ଓ କୋରାପୁଟରୁ ଜଣେ ଲେଖାଏ ସୁସ୍ଥ ହୋଇଛନ୍ତି।

ମତାମତ ଦିଅନ୍ତୁ ।