ସୁସ୍ଥ ହେଲେ ୧୬୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଆଜି ୧୬୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ବୁଧବାର ସ୍ୱାସ୍ଥ୍ୟ ବିଭାଗ ଦେଇଥିବା ତଥ୍ୟ ଅନୁଯାୟୀ ଗଂଜାମ ଜିଲ୍ଲାରୁ ସର୍ବାଧିକ ୪୮ ସୁସ୍ଥ ହୋଇଛନ୍ତି। ସେହିପରି ଜଗତସିଂହପୁର ୩୧ ଜଣ ସୁସ୍ଥ ହୋଇଥିବା ବେଳେ ବାଲେଶ୍ୱର ୨୬, କଟକ ୨୫, ଯାଜପୁର ଓ ଖୋର୍ଦ୍ଧାରୁ ୧୨ ଲେଖାଏଁ, କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ରୁ ୩ ଲେଖାଏଁ ସୁସ୍ଥ ହୋଇଛନ୍ତି। ଏହାଛଡା କେନ୍ଦୁଝରରୁ ୨, ଭଦ୍ରକ ଓ ନୟାଗଡ଼ରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ରାଜ୍ୟରେ ୫୩୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ମତାମତ ଦିଅନ୍ତୁ ।