ହରିଆଣା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମନୋହର ଲାଲ ଖଟ୍ଟର

ନୂଆଦିଲ୍ଲୀ : ହରିଆଣାରେ ଭାରତୀୟ ଜନତା ପାର୍ଟି (ବିଜେପି) ଓ ଜନନାୟକ ଜନତା ପାର୍ଟି (ଜେଜେପି) ମେଣ୍ଟ ସରକାର ଗଠନ ହୋଇଛି। ରବିବାର ମୁୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମନୋହର ଲାଲ ଖଟ୍ଟର। ହରିଆଣାର ରାଜ୍ୟପାଳ ସତ୍ୟଦେବ ନାରାୟଣ ଆର୍ଯ୍ୟ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ସେହିପରି ଜେଜେପିର ଦୁଶ୍ୟନ୍ତ ଚୌତାଲା ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏହି ଶପଥ ଗ୍ରହଣ ଉତ୍ସବରେ ବିଜେପିର ବରିଷ୍ଠ ନେତା ତଥା କାର୍ଯ୍ୟକାରୀ ସଭାପତି ଜେପି ନଡ୍ଡା ଉପସ୍ଥିତ ଥିଲେ। ମନୋହର ଲାଲ ଖଟ୍ଟର ଦ୍ୱିତୀୟ ଥର ପାଇଁ ହୋଇଛନ୍ତି ହରିଆଣା ମୁଖ୍ୟମନ୍ତ୍ରୀ।

ମତାମତ ଦିଅନ୍ତୁ ।