୧୬ ପର୍ଯ୍ୟନ୍ତ ବର୍ଷା

ଭୁବନେଶ୍ୱର: ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଓଡ଼ିଶାର ଉପରି ଭାଗରେ ଏକ ମନ୍‌ସୁନ୍‌ ଟ୍ରପ୍‌ ଲାଇନ୍‌ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସେହିପରି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଉତ୍ତର ଓ ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ। ଏଥିପାଇଁ ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ଭ୍ରଦକ, ଯାଜପୁର, ବାଲେଶ୍ୱର, କେନ୍ଦ୍ରାପଡା, ଢେଙ୍କାନାଳ, ମୟୁରଭଂଜ ଓ କେନ୍ଦୁଝର। ଏହାଛଡା ଭଦ୍ରକ, କେନ୍ଦୁଝର, ବାଲେଶ୍ୱର, କଟକ, ଭୁବନେଶ୍ୱର, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ସୂଚନା ଦିଆଯାଇଛି।

ମତାମତ ଦିଅନ୍ତୁ ।