୨୪ ଘଣ୍ଟା ମଧ୍ୟରେ ବର୍ଷା ସହ ବଜ୍ରପାତ ସମ୍ଭାବନା, ୧୬ରୁ ବଢିବ

ଭୁବନେଶ୍ଵର :  ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ୧୬ତାରିଖ ପରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ । ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନବରଙ୍ଗପୁର, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ଥିବାବେଳେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କିନ୍ତୁ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ କଳିଠାରୁ ବର୍ଷା ହୋଇପାରେ ବୋଲି କୁହାଯାଇଛି ।

ମତାମତ ଦିଅନ୍ତୁ ।