ଅଙ୍ଗନବାଡ଼ି କେନ୍ଦ୍ର ଖୋଲା ରହିବ

ଭୁବନେଶ୍ଵର : ରାଜ୍ୟ ସରକାର ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରାଜ୍ୟର ସମସ୍ତ ସ୍କୁଲ ଖରାଛୁଟି ଘୋଷଣା କରିଛନ୍ତି। ଏହି ସମୟରେ ଅଙ୍ଗନବାଡି କେନ୍ଦ୍ର ଖୋଲା ରହିବ ନା ନାହିଁ ତାହାକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥିଲା। ହେଲେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆଜି ସ୍ପଷ୍ଟ ସୂଚନା ଦିଆଯାଇଛି ଅଙ୍ଗନବାଡି କେନ୍ଦ୍ରଗୁଡ଼ିକ ପୂର୍ବ ନିର୍ଦ୍ଦେଶ ମୁକାବକ ସଂଶୋଧିତ ସମୟ ସୀମା ଅନୁଯାୟୀ କାର୍ଯ୍ୟ କରିବ। ଆଉ କୁହାଯାଇଛି ପ୍ରତ୍ୟେକ କାର୍ଯ୍ୟଦିବସରେ ସକାଳ ୭ଟାରୁ ୧୦ଟା ପର୍ଯ୍ୟନ୍ତ ଖୋଲା ରହିବ।

ସ୍ଥାନୀୟ ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ ଅଙ୍ଗନବାଡ଼ି କେନ୍ଦ୍ର ଖୋଲା ରହିବା ସମୟରେ ପରିବର୍ତ୍ତନ କରିପାରିବେ। ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ଗ୍ରୀଷ୍ମ ପ୍ରବାହ ପ୍ରୋଟୋକଲ ପାଳନ କରି ଖୋଲା ରହିବ ବୋଲି ନିର୍ଦ୍ଦେଶନାମାରେ ସୂଚିତ କରାଯାଇଛି। କିନ୍ତୁ ପୂର୍ବରୁ ଅର୍ଥାତ ଏପ୍ରିଲ ୧୭ରୁ ରାଜ୍ୟର ସମସ୍ତ ଅଙ୍ଗନବାଡି କେନ୍ଦ୍ରରେ ପାଠପଢା ସକାଳ ୭ଟାରୁ ୧୦ଟା ପର୍ଯ୍ୟନ୍ତ ଚାଲିବ ବୋଲି ଚଳିତ ମାସ ୧୬ ତାରିଖରେ ନିର୍ଦ୍ଦେଶନାମା ପ୍ରକାଶ ପାଇଥିଲା।

Leave a Reply

Your email address will not be published. Required fields are marked *

Back to top button