ଅଙ୍ଗନବାଡି ହେଲା ୨୮୩୬ ମିନି ଅଙ୍ଗନବାଡି କେନ୍ଦ୍ର

ଭୁବନେଶ୍ଵର : ରାଜ୍ୟର ୨୮୩୬ ମିନି ଅଙ୍ଗନବାଡିକୁ ଅଙ୍ଗନବାଡି କେନ୍ଦ୍ରରେ ପରିଣତ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କୀତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

ଖବର ଅନୁଯାୟୀ ରାଜ୍ୟରେ ୭୪୧୫୪ ଅଙ୍ଗନବାଡି କେନ୍ଦ୍ର ମଧ୍ୟରେ ୧୦୪୧୬ଟି ଥିଲା ମିନି ଅଙ୍ଗନବାଡି। ସେଥିମଧ୍ୟରୁ ୨୮୩୬ ମିନି ଅଙ୍ଗନବାଡିକୁ ଉନ୍ନୀତ କରାଯାଇଛି। ଏହି ଅଙ୍ଗନବାଡି କେନ୍ଦ୍ର ଗୁଡିକର ବିଭିନ୍ନ କାର୍ୟ୍ୟ ପରିଚାଳନା ପାଇଁ ଯଥା- ଔଷଧ, ଆସବାବପତ୍ର ଓ ପ୍ରଶାସନିକ ଖର୍ଚ୍ଚ ତୁଲାଇବା ନିମନ୍ତେ ଅଧିକ ପାଣ୍ଠିର ବ୍ୟବସ୍ଥା କରାଯିବ। ଏହାଛଡା ସାରା ରାଜ୍ୟରେ ୧୧୪ଟି ସୁପର ଭାଇଜର ପଦବୀ ସୃଷ୍ଟି କରାଯାଇଛି। ଅଙ୍ଗନବାଡି କେନ୍ଦ୍ରରେ ଅଙ୍ଗନବାଡି କର୍ମୀଙ୍କୁ ସହାୟତା କରିବା ପାଇଁ ଜଣେ ଅଙ୍ଗନବାଡି ସହାୟକ ନିଯୁକ୍ତ କରାଯିବ। ଏହିପରି ୨୮୩୬ ଅଙ୍ଗନବାଡି ସହାୟକଙ୍କୁ ନିଯୁକ୍ତ ସହିତ ୨୮୩୬ ମିନି ଅଙ୍ଗନବାଡି କର୍ମୀ ପଦବୀକୁ ଉନ୍ନୀତ କରାଯାଇ ଅଙ୍ଗନବାଡି କର୍ମୀ ପଦବୀ ସୃଷ୍ଟି କରାଯିବ। ଏଥିପାଇଁ ରାଜ୍ୟ ସରକାର ବାର୍ଷିକ ୧୮,୭୫,୪୧,୪୪୦ ଟଙ୍କା ଅତିରିକ୍ତ ଖର୍ଚ୍ଚ କରିବେ।

Leave a Reply

Your email address will not be published. Required fields are marked *

Back to top button