ଏପ୍ରିଲ ୧୧ରୁ ସକାଳୁଆ ସ୍କୁଲ

ଭୁବନେଶ୍ଵର : ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ ୧୧ ତାରିଖରୁ ହେବ ସକାଳୁଆ ସ୍କୁଲ। ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୭ଟାରୁ ସାଢ଼େ ୧୧ଟା ଯାଏଁ ସ୍କୁଲରେ ପାଠପଢ଼ା ଚାଲିବ। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ସ୍ଥଳବିଶେଷରେ ସମୟ ପରିବର୍ତ୍ତନ ହୋଇପାରିବ। ଜିଲ୍ଲାପାଳ ସ୍କୁଲର ସମୟ ନିର୍ଘଣ୍ଟ କରିପାରିବେ। ସ୍କୁଲରେ ସ୍ୱଚ୍ଛ ପାନୀୟ ଜଳ ବ୍ୟବସ୍ଥା କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *

Back to top button