ଏପ୍ରିଲ ୧୨ରୁ ୧୬ ଯାଏଁ ସ୍କୁଲ ଛୁଟି

ଭୁବନେଶ୍ଵର : ଆସନ୍ତାକାଲିଠାରୁ ରାଜ୍ୟରେ ସମସ୍ତ ସ୍କୁଲ ଛୁଟି। ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି।

ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଥିବା ଘୋଷଣା ଅନୁଯାୟୀ ଆସନ୍ତାକାଲିଠାରୁ ଅର୍ଥାତ ଏପ୍ରିଲ ୧୨ରୁ ଏପ୍ରିଲ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ। କେବଳ ସ୍କୁଲ ନୁହେଁ ସ୍କୁଲ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ। କୋଭିଡ୍ ଓ ହିଟୱେଭକୁ ନେଇ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବା ପରେ ଏପରି ନିଷ୍ପତ୍ତି ନିଆଯାଇଛି।

Leave a Reply

Your email address will not be published. Required fields are marked *

Back to top button