ଏସବୁ ଜିଲ୍ଲାକୁ କାଳବୈଶାଖୀ ବର୍ଷା

ଭୁବନେଶ୍ୱର : ଗତ ଦୁଇଦିନ ହେଲା ରାଜ୍ୟର ବିଭିନ୍ନ ଜିଲ୍ଲାରେ ଧରି କାଳବେଶାଖୀ ବର୍ଷା ଜାରି ରହିଛି। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ବର୍ଷା ଓ କୁଆପଥର ବୃଷ୍ଟିର ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ।

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଗୁରୁବାର ଅପରାହ୍ଣ ସୁଦ୍ଧା ରାଜ୍ୟର ଅଧିକାଂଶ ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ସହ ଝଡ଼ବର୍ଷା ହେବ। ଏପରିକି କେତେକ ସ୍ଥାନରେ କୁଆପଥର ବର୍ଷାର ସମ୍ଭାବନା ରହିଛି। ଆଉ କୁହାଯାଇଛି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ କନ୍ଧମାଳ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି।

ସେହିପରି ଗଞ୍ଜାମ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ଗଞ୍ଜାମ, ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯିବା ସହ ବଜ୍ରପାତ ସମୟରେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *

Back to top button