ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ଵର : ରାଜ୍ୟରେ କାଳବୈଶାଖୀର ପ୍ରଭାବ। ପ୍ରବଳରୁ ଅତି ପ୍ରବଳ ବର୍ଷିବ। ବିଜୁଳି, ଘଡ଼ଘଡ଼ି, କୁଆପଥର ବୃଷ୍ଟି ସହ ଘଣ୍ଟାପ୍ରତି ୪୦ରୁ ୫୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୨୫ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର ୯ ଜିଲ୍ଲାକୁ ଅରେଞ୍ଜ ଜାରି କରାଯାଇଛି। କାଳବୈଶାଖୀ ସମ୍ଭାବନା ଥିବା ଜିଲ୍ଲା ଗୁଡ଼ିକ ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ରହିଛି। ଏହାଛଡା ୭ରୁ ୧୧ ସେଣ୍ଟିମିଟର ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Leave a Reply

Your email address will not be published. Required fields are marked *

Back to top button