ଓଏଏସ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ଵର : ରାଜ୍ୟ ସରକାର ଓଏଏସ୍ ଅଫିସରସ୍ତରରେ କ ଛୋଟଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

ଗୁରୁବାର ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ସ୍ୱତନ୍ତ୍ର ସଚିବ ତଥା ରାଜ୍ୟ ଜନଜାତି ନିର୍ଦ୍ଦେଶକ ଶ୍ରୀକାନ୍ତ ତରାଇଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି। ନାରାୟଣପାଟଣା ତହସିଲଦାର ଯଦୁମଣି ନାଏକ ହୋଇଛନ୍ତି ନବରଙ୍ଗପୁର ଜିଲ୍ଲା ପରିଷଦର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ। ଗୋସାଣୀ ବିଡିଓ ନୀଳମାଧବ ମାଝୀଙ୍କୁ ଗଜପତି ଜିଲ୍ଲା ପରିଷଦର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ. ହେମଗିରି ତହସିଲଦାର ଭିକ୍ଟୋରିଆ ଏକ୍କାଙ୍କୁ ଝାରସୁଗୁଡ଼ା ଉପଜିଲ୍ଲାପାଳ ଓ ପାପଡ଼ାହାଣ୍ଡି ତହସିଲଦାର ଯୋଗେଶ୍ୱର ଭୋଇଙ୍କର ନୂଆପଡ଼ା ଜିଲ୍ଲା ପରିଷଦର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ବଦଳି ହୋଇଛି।

Leave a Reply

Your email address will not be published. Required fields are marked *

Back to top button