ଓଡ଼ିଶା ଆସିବେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି
କଟକ : ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ଆସନ୍ତାକାଲି କଟକ ଜୁଡିସିଆଲ ଏକାଡେମିରେ ହେବାକୁ ଥିବା ନ୍ୟାସନାଲ କନ୍ଫରେନସ ଅନ ଡିଜିଟାଇଜେସନ ପେପରଲେସ କୋର୍ଟ ସମ୍ମିଳନୀରେ ଯୋଗ ଦେବେ। ଏହି ସମ୍ମିଳନୀରେ ଦେଶର ବିଭିନ୍ନ ହାଇକୋର୍ଟର ବିଚାରପତିମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।