ପ୍ରକାଶ ପାଇଲା ମାଟ୍ରିକ୍‌ ପରୀକ୍ଷାଫଳ : ପାସ୍ ହାର ୯୬.୪

କଟକ : ମାଧ୍ୟମିକ ଶିକ୍ଷା ପରିଷଦ ଦ୍ଵାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ପାସ୍ ହାର ୯୬.୪ ପ୍ରତିଶତ। ଚଳିତ ବର୍ଷ ମୋଟ ୫ ଲକ୍ଷ ୨୭ ହଜାର ୩୭୪ ଜଣ ପରୀକ୍ଷା ଦେବାକୁ ଫର୍ମପୂରଣ କରିଥିଲେ। ପରୀକ୍ଷା ଦେଇଥିଲେ ୫ ଲକ୍ଷ ୧୬ ହଜାର ୪୩୫ ଜଣ ଛାତ୍ରଛାତ୍ରୀ। ସେମାନଙ୍କ ୫ ଲକ୍ଷ ୮ ହଜାର ୪୦୪ ଜଣ ପାସ୍ କରିଛନ୍ତି। ଏହାଛଡା ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷାଫଳ ମଧ୍ୟ ପ୍ରକାଶ ପାଇଛି।

ଗୁରୁବାର କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଓ ସଚିବଙ୍କ ଉପସ୍ଥିତି‌ରେ ପରୀକ୍ଷାଫଳ ପୁସ୍ତିକା ଉନ୍ମୋଚିତ ହୋଇଛି। ବୋର୍ଡ ସଭାପତି ରମାଶିଷ ହାଜରା ଓ ଉପସଭାପତି ଡକ୍ଟର ନିହାର ରଂଜନ ମହାନ୍ତି ପ୍ରମୁଖ ମଧ୍ୟ ଉପସ୍ଥିତ ଥିଲେ। ଏବର୍ଷ ମୋଟ ୫୦୫୪୦୪ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ସେମାନଙ୍କ ମଧ୍ୟରେ ୨୫୧୨୯୮ ଜଣ ଛାତ୍ର ଓ ୨୫୭୧୦୬ଜଣ ଛାତ୍ରୀ ରହିଛନ୍ତି। ୯୦ ପ୍ରତିଶତରୁ ଅଧିକ ନମ୍ବର ରଖିଥିବା ଝିଅଙ୍କ ସଂଖ୍ୟା ୨,୨୫୪ ରହିଥିବା ବେଳେ ୯୦ ପ୍ରତିଶତରୁ ଅଧିକ ନମ୍ବର ରଖିଥିବା ପୁଅଙ୍କ ସଂଖ୍ୟା ୧,୯୦୪ ରହିଛି।

ଏବର୍ଷ ପାସ୍ କରିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୪୧୫୮ ଜଣ A1 ଗ୍ରେଡରେ ପାସ୍ କରିଥିବା ବେଳେ ୨୯ ହଜାର ୮୩୮ ଜଣ A2, ୭୭ ହଜାର ୫୬୭ ଜଣ B1, ୧ଲକ୍ଷ ୧୮ ହଜାର ୭୫୦ ଜଣ B2, ୧ ଲକ୍ଷ ୨୧ ହଜାର ୬୧୧ ଜଣ C, ୯୫ ହଜାର ୬ ଜଣ D, ୬୧ ହଜାର ୪୭୪ ଜଣ E ଓ ୭୬୪୫ ଜଣ F ଗ୍ରେଡରେ ପାସ୍ କରିଛନ୍ତି। ୩,୨୨୨ଟି ସ୍କୁଲରେ ଶତପ୍ରତିଶତ ପିଲା ପାସ କରିଛନ୍ତି। କଟକ ଓ ଜଗତସିଂହପୁର ଜିଲ୍ଲାରେ ପାସ୍‌ହାର ସର୍ବାଧିକ ୯୭.୯୯ଶତପ୍ରତି ରହିଛି। ମାଲକାନଗିରି ଜିଲ୍ଲାରେ ସବୁଠାରୁ କମ୍‌ ରେଜଲ୍ଟ ହୋଇଛି। ଏଠାରେ ପାସ୍ ହାର ୯୨.୬୩ ଶତପ୍ରତି ରହିଛି।

Leave a Reply

Your email address will not be published. Required fields are marked *

Back to top button