ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେଲା

ଭୁବନେଶ୍ଵର : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଆଜି ଲଘୁଚାପରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା ଦେଇଇଛି।

ସୋମବାର ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇସାରିଛି। ଆସନ୍ତାକାଲି ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ୧୦ ତାରିଖ ବେଳକୁ ଏହା କେନ୍ଦ୍ରୀୟ ବଙ୍ଗୋପସାଗରରେ ସାମୁଦ୍ରିକ ଝଡର ରୂପ ନେବାର ସମ୍ଭାବନା ରହିଛି। ଏହାପରେ ଉତ୍ତର ଓ ଉତ୍ତର-ପୂର୍ବ ଦିଗରେ ଗତି କରିବା ସହିତ ବାତ୍ୟା ବାଂଲାଦେଶ ଏବଂ ମିଆଁମାର ଉପକୂଳ ମୁହାଁ ହେବ ବୋଲି କୁହ ଯାଇଛି।

ଏହି ସମୟରେ ଦକ୍ଷିଣପୂର୍ବ ବଙ୍ଗୋପସାଗର, ଆଣ୍ଡାମାନ ଦୀପପୁଞ୍ଜ ଓ ଆଣ୍ଡାମାନ ସାଗର ଅଞ୍ଚଳରେ ସମୁଦ୍ର ଆଶାନ୍ତ ରହିବ। ୮ ତାରିଖରେ ପବନର ବେଗ ଘଣ୍ଟା ପ୍ରତି ୮୦ କି.ମି ବେଗରେ ପବନ ବହିପାରେ। ୧୦ ଓ ୧୧ ତାରିଖରେ ସମୁଦ୍ର ଆହୁରି ଆଶାନ୍ତ ହେବାର ସମ୍ଭାବନା

Leave a Reply

Your email address will not be published. Required fields are marked *

Back to top button