ବଙ୍ଗୋପସାଗର ଉପରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ଵର : ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଆଜି ସକାଳ ସାଢେ ୮ରେ ସୃଷ୍ଟ ଘୂର୍ଣ୍ଣିବଳୟ ୮ ତାରିଖ ସକାଳ ସୁଦ୍ଧା ଲଘୁଚାପ କ୍ଷେତ୍ର ‌ଓ ୯ ତାରିଖରେ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।

ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଏହି ଅବପାତ ତୀବ୍ରତର ହୋଇ ସାମୁଦ୍ରିକ ବାତ୍ୟାରେ ପରିଣତ ହେବାପରେ ଉତ୍ତରଦିଗ ପାର୍ଶ୍ଵଦେଇ କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ମୁହାଁଇବ। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ବାତ୍ୟାର ଗତିପଥ ଓ ତୀବ୍ରତା ସଂପର୍କରେ ସବିଶେଷ ତଥ୍ୟ ଜଣାପଡିବ। ତେବେ ୮ରୁ ୧୨ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣର ଓ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ୮ରୁ ୧୧ ତାରିଖ ପର୍ଯ୍ୟନ୍ତ ବିକ୍ଷିପ୍ତ ବର୍ଷା ଓ ସ୍ଥାନେ ସ୍ଥାନେ ପ୍ରବଳରୁ ଅତି ପ୍ରବଳ ବର୍ଷିବ। ୧୦ ତାରିଖରେ ଆଣ୍ଡାମାନ ଓ ନିକୋବର ଦ୍ଵିପପୁଞ୍ଜରେ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Leave a Reply

Your email address will not be published. Required fields are marked *

Back to top button