ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଭିଜିଲାନ୍ସର ଚାର୍ଜସିଟ ଦାଖଲ

ଭୁବନେଶ୍ୱର : ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଭିଜିଲାନ୍ସ ଚାର୍ଜସିଟ ଦାଖଲ କରିଛି। ଲୋକାୟୁକ୍ତଙ୍କ ଅନୁମତି ପରେ ଭୁବନେଶ୍ୱର ସ୍ୱତନ୍ତ୍ର କୋର୍ଟରେ ଭିଜିଲାନ୍ସ ଦାଖଲ କରିଥିବା ଚାର୍ଜସିଟରେ ପ୍ରଦୀପଙ୍କ ପାଖରେ ୯ କୋଟି ୧୮ ଲକ୍ଷ ୧୩ହଜାର ୭ ଟଙ୍କାର ଆୟ ବହିର୍ଭୂତ ସଂପତ୍ତି ରହିଥିବା ଉଲ୍ଲେଖ ରହିଛି।

ସୂଚନଯୋଗ୍ୟ ଟାଟା ମୋଟର୍ସରେ ଚାକିରି ଦେବା ନାଁରେ ଠକେଇ ମାମଲାରେ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କ୍ରାଇମ୍‌ବ୍ରାଞ୍ଚ ୨୦୨୦ ଡିସେମ୍ବର ୩ ତାରିଖରେ ଗିରଫ କରିଥିଲା। ଲୋକାୟୁକ୍ତଙ୍କ ନିର୍ଦ୍ଦେଶରେ ୨୦୨୧ରେ ତାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ମାମଲା ରୁଜୁ ହୋଇଥିଲା।

Leave a Reply

Your email address will not be published. Required fields are marked *

Back to top button