ଭିଜିଲାନ୍ସ ଜାଲରେ ପ୍ରାଣୀ ଚିକିତ୍ସାଳୟର କିରାଣି

ସୁବର୍ଣ୍ଣପୁର : ବୀରମହରାଜପୁର ମୁଖ୍ୟ ପ୍ରାଣୀ ଚିକିତ୍ସାଳୟର କିରାଣି ଗୋଲକ ବିହାରୀ ପୋଢ ଭିଜିଲାନ୍ସ ଜାଲରେ ଫସିଛନ୍ତି। ଏରିଅର ବିଲ୍ କରାଇ ଦେବାକୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ତାଙ୍କୁ ଧରିଛି।
ଖବର ଅନୁଯାୟୀ ଗୋଲକ ବିହାରୀ ପୋଢ଼ ବୀରମହରାଜପୁର ଏସଡିଭିଓ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ। ଉଲୁଣ୍ଡା ବ୍ଲକ ସିଣ୍ଢଲ ପ୍ରାଣୀଧନ ନିରୀକ୍ଷକ ନାରାୟଣ ମେହେରଙ୍କ ଛୁଟି ଟଙ୍କା ମଞ୍ଜୁରି ପାଇଁ କାଗଜପତ୍ର ପ୍ରସ୍ତୁତ କରିବା ଲାଗି ଗୋଲକ ବିହାରୀ ୧୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଆଜି ସିଡିଭିଓ କାର୍ଯ୍ୟାଳୟ ପରିସରସ୍ଥ ସରକାରୀ କ୍ୱାର୍ଟରରେ ନାରାୟଣ ୧୫ ହଜାର ଟଙ୍କା ଗୋଲକ ବିହାରୀଙ୍କୁ ଦେବେବେଳେ ଭିଜିଲାନ୍ସ ଅଧିକାରୀ ଚଢ଼ଉ କରିବା ସହ ଲାଞ୍ଚ ଟଙ୍କା ଜବତ କରିଥିଲେ। ଏହି ଘଟଣାରେ ତାଙ୍କୁ ଗିରଫ କରାଯାଇଥିବା ଜଣାପଡିଛି।