ରାଇରଙ୍ଗପୁରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ଵାଗତ

ବାରିପଦା : ମୟୂରଭଞ୍ଜ ଜିଲା ରାଇରଙ୍ଗପୁରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସ୍ଵତନ୍ତ୍ର ହେଲିକପ୍ଟର ଯୋଗେ ଆସି ପୂର୍ବାହ୍ନ ୧୦ଟା ୧୬ ମିନିଟରେ ରାଇରଙ୍ଗପୁର ଅସ୍ଥାୟୀ ହେଲିପ୍ୟାଡ୍ରେ ଓହ୍ଲାଇଛନ୍ତି। ସେଠାରେ ଲୋକଙ୍କ ଭିତରେ ନାହିଁ ନଥିବା ଉତ୍ସାହ ପରିଲକ୍ଷିତ ହୋଇଛି। ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ କେନ୍ଦ୍ରମନ୍ତ୍ରୀ ବିଶ୍ଵେଶ୍ଵର ଟୁଡୁ ସ୍ଵାଗତ କରିଛନ୍ତି। ପରେ ରାଷ୍ଟ୍ରପତି ଚାଲିଚାଲି ସ୍ଥାନୀୟ ଲୋକଙ୍କୁ ନମସ୍କାର କରିବା ସହ ସମସ୍ତଙ୍କର ଅଭିବାଦନ ଗ୍ରହଣ କରିଛନ୍ତି।

ଖବର ଅନୁଯାୟୀ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ହେବା ପରେ ଏହା ତାଙ୍କର ପ୍ରଥମ ମୟୂରଭଞ୍ଜ ଗସ୍ତ। ରାଇରଙ୍ଗପୁରରେ ପ୍ରଥମେ ପହଞ୍ଚି ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ଡାକବଙ୍ଗଳାରେ ଅବସ୍ଥାନ କରିବେ। ୫ ତାରିଖ ଶିମିଳିପାଳ ଅଭୟାରଣ୍ୟ ଭ୍ରମଣ ସାରି ହେଲିକପ୍ଟର ଯୋଗେ ବାରିପଦା ଯିବେ। ବାରିପଦା ସର୍କିଟ୍ ହାଉସରେ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ସହ ସାକ୍ଷାତକରି ଅତିଥି ଭବନରେ ବିଶ୍ରାମ ନେବେ। ୬ ତାରିଖ ସକାଳେ ରାଷ୍ଟ୍ରପତି ବାରିପଦାର ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେବା ପରେ ହେଲିକପ୍ଟର ଯୋଗେ କଲେଇକୁଣ୍ଡା ଓ ସେଠାରୁ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

Leave a Reply

Your email address will not be published. Required fields are marked *

Back to top button