ରାଜ୍ୟରେ ଆହୁରି ଦୁଇଦିନ ତାତି

ଭୁବନେଶ୍ଵର : ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଆହୁରି ଦୁଇଦିନ ଜାରି ରହିବ। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇବେଳେ ଆଜି ୮ ଜିଲ୍ଲା ଓ ଆସନ୍ତାକାଲି ୭ ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ନେଇ ଆଲର୍ଟ ଜାରି କରାଯାଇଛି।

ମଙ୍ଗଳବାର ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ମୟୁରଭଂଜ, କେନ୍ଦୁଝର, ସୁନ୍ଦରଗଡ଼, ବୌଦ୍ଧ, ଝାରସୁଗୁଡ଼ା, ସୋନପୁର, ସମ୍ବଲପୁର ଓ ବଲାଙ୍ଗିରରେ ସ୍ୱାଭାବିକ ଠାରୁ ଅଧିକ ତାପମାତ୍ରା ସହ ଗୁଳୁଗୁଳି ରହିବ। ବାୟୁମଣ୍ଡଳ ଉପରି ଭାଗରେ ଏକ ଗୁରୁଚାପ ବଳୟ ରହିଥିବାରୁ ଶୁଷ୍କ ବାୟୁ ରାଜ୍ୟକୁ ପ୍ରବେଶ କରୁଛି। ତେଣୁ ଆସନ୍ତା ୩ ପର୍ଯ୍ୟନ୍ତ ତାପମାତ୍ରା ଅଧିକ ରହିବ। ସେଥିପାଇଁ ପାଣିପାଗ ବିଭାଗ ଉଚ୍ଚ ତାପମାତ୍ରା ଆଲର୍ଟ ଜାରି କରିଛି। ଆଉ କୁହାଯାଇଛି ବର୍ତ୍ତମାନ ବର୍ଷାର ବିଶେଷ ସମ୍ଭାବନା ନାହିଁ। ୩ଦିନ ବର୍ଷା ପରେ ହୋଇପାରେ। ଆସନ୍ତା ୨୧ ଓ ୨୨ ତାରିଖରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ବେଳେ ଉପକୂଳରେ ଉଚ୍ଚ ତାପମାତ୍ରା ସହ ଗୁଳୁଗୁଳି ରହିବ ବୋଲି କୁହାଯାଇଛି।

Leave a Reply

Your email address will not be published. Required fields are marked *

Back to top button