ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ସବ୍‌ କମିଟି ଗଠନ

ପୁରୀ : ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ସବ କମିଟି ଗଠନ ହୋଇଛି। କମିଟିର ମତାମତକୁ ନେଇ ପରବର୍ତ୍ତୀ ପଦକ୍ଷେପ ନିଆଯିବ। ଏହି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଂଜନ ଦାଶ।

ଖବର ଅନୁଯାୟୀ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ପାଇଁ ଚାରିଦ୍ୱାର ଖୋଲିବାକୁ ନେଇ ଆଜି ନୀଳାଦ୍ରୀଭକ୍ତ ନିବାସରେ ଛତିଶା ନିଯୋଗ ବୈଠକ ବସିଥିଲା। ଏଥିରେ ପ୍ରସଙ୍ଗ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଛି। ଛତିଶା ନିଯୋଗର ବିଭିନ୍ନ ସଦସ୍ୟ ସେମାନଙ୍କ ମତାମତ ଦେଇଛନ୍ତି। ମତାମତ ତର୍ଜମା କରିବାକୁ ଏକ ସବ୍ କମିଟି ଗଠନ କରାଯାଇଛି। ଏହି ବୈଠକରେ ପୁରୀ ଜିଲ୍ଲାପାଳ, ଏସପି, ସମସ୍ତ ନିଯୋଗର ପ୍ରତିନିଧି, ପରିଚାଳନା କମିଟିର ସେବାୟତ ପ୍ରତିନିଧି ଓ ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *

Back to top button