ସମ୍ବଲପୁରରେ ଅନିର୍ଦ୍ଦିଷ୍ଟ କାଳ କର୍ଫ୍ୟୁ

ସମ୍ବଲପୁର : ହନୁମାନ ଜୟନ୍ତୀ ଶୋଭାଯାତ୍ରା ବେଳେ ଘଟିଥିବା ହିଂସାକାଣ୍ଡକୁ ନିୟନ୍ତ୍ରଣ କରିବାକୁ ଶୁକ୍ରବାର ମଧ୍ୟରାତ୍ରିରୁ ସମ୍ବଲପୁରରେ କର୍ଫ୍ୟୁ ଘୋଷଣା କରାଯାଇଛି। ରାତି ୧୨ଟାରୁ ଅନ୍ୟାଦେଶ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ ବୋଲି ଜିଲ୍ଲାପାଳ ଅନନ୍ୟା ଦାସ ସୂଚନା ଦେଇଛନ୍ତି। କର୍ଫ୍ୟୁ ସମୟରେ ଡାକ୍ତରଖାନା ଓ ଔଷଧ ଦୋକାନ ଭଳି ଅତ୍ୟାବଶ୍ୟକ ସେବା ବ୍ୟତୀତ ସବୁ ବନ୍ଦ ରହିବ ବୋଲି ସେ ସୂଚନା ଦେଇଛନ୍ତି।

ଜିଲ୍ଲାପାଳଙ୍କ ସୂଚନା ଅନୁଯାୟୀ ଅପ୍ରେଲ ୧୨ ତାରିଖ ସନ୍ଧ୍ୟାରେ ହିଂସାକାଣ୍ଡ ଘଟିବା ପରେ ସରକାରଙ୍କ ପକ୍ଷରୁ ସତର୍କତା ପଦକ୍ଷେପ ସ୍ଵରୂପ ୧୪୪ ଧାରା ଜାରି କରାଯାଇଥିଲା। ୧୩ ତାରିଖ ସକାଳ ୧୦ଟାରୁ ସମ୍ବଲପୁର ଜିଲ୍ଲାରେ ଇଣ୍ଟରନେଟ୍ ସେବା ୪୮ ଘଣ୍ଟା ପାଇଁ ବନ୍ଦ କରାଯାଇଥିଲା। କିନ୍ତୁ ସମ୍ବଲପୁରରେ ବ୍ୟାପକ ଜଳାପୋଡ଼ା ହେଉଥିବାରୁ ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ କର୍ଫ୍ୟୁ ଜାରି କରାଯାଇଛି। ଏଥିସହ ପୁଣି ଆଗାମୀ ୪୮ ଘଣ୍ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ କରିବା ପାଇଁ ସରକାରଙ୍କୁ ସୁପାରିସ କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button